ଜକର ପଞ୍ଚାୟତରେ “ଆମ ଓଡ଼ିଶା, ନବୀନ ଓଡିଶା” ସଚେତନତା ଶିବିର

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତରେ ଫେବୃଆରୀ ୧୭ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଘନଶ୍ୟାମ ଡାକୁଆଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଳକ ଅଧ୍ଯକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର ପ୍ରଧାନ, ଉପାଧ୍ୟକ୍ଷ କାହୁଁ ଚରଣ ପରିଡ଼ା, ଆଇପିଓ ପୁଷ୍ପାପ୍ରିୟା ବେହେରା, ସିଡିପିଓ ତିଳୋତମା ରାଉତ , ଜିଲ୍ଲା ପରିଷଦ ମେମ୍ବର ଅଶୋକ ବିଷୋୟୀ, ବିକ୍ରମ ନାୟକ ଓ ଝୁନୁ ଦାସ, ସରପଞ୍ଚ ଦୀପିକା ବାରିକ, ଅସ୍ମତ ରାଉତ, ତାପସ ସାହୁ, ପବିତ୍ର ରାଉତ, ବସନ୍ତ କରଣ, ନାରୀନେତ୍ରୀ ସଂଯୁକ୍ତା ବାଡତ୍ଯା, ସମିତିସଭ୍ୟ ଶିବ ଶଙ୍କର ନାହାକ, ପ୍ରସାଦ ସାହୁ, ସୁକାନ୍ତ ଭୂୟାଁ, କନକ ରାଉତ, ଘନଶ୍ୟାମ ଦାସ, ସୂର୍ଯ୍ୟ ନାରାୟଣ ପଣ୍ଡା, ସୁଶାନ୍ତ ପୋଲାଇ, ସୁଶିତ ସାହୁ, କାଳିଚରଣ ବେହେରା, ହିମାଂଶୁ ବେହେରା ମଞ୍ଚାସିନ ଥିଲେ। ଜିପିଓ ଆଦିତ୍ୟ କୁମାର ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବିପିଏମ ଗଙ୍ଗାଧର ମିଶ୍ର, ପିଇଓ ଗୋୖରାଙ୍ଗ ଦଳେଇ ଓ ଜିଆରଏସ ଦାସରଥି ବେହେରା ସମେତ ଉପସ୍ଥିତ ଜନପ୍ରତିନିଧି ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ବିଭିନ୍ନ ଷ୍ଟଲ ବୁଲି ଦେଖିବା ସହିତ ମହିଳା ଗୋଷ୍ଠୀଙ୍କ ଦ୍ବାରା ପ୍ରଦର୍ଶିତ ବିଭିନ୍ନ ଖାଦ୍ୟ ସାମଗ୍ରୀ କିଣିଥିଲେ ଓ ଗୋଟିଏ ମହିଳା ଗୋଷ୍ଠୀଙ୍କୁ ବିନା ସୁଧରେ ୮ ଲକ୍ଷ
ଟଙ୍କାର ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ। ପରିଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କା�

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ