ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ବିଦାୟକାଳୀନ ଉତ୍ସବ

ବନ୍ତ,(ଯୁଗାବ୍ଦନ୍ୟୁଜ) : ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ କନ୍ତିଆସ୍ଥିତ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟର ଯୁକ୍ତ ତିନି ଶାସ୍ତ୍ରୀ ୩ୟ ବର୍ଷ ଓ ଯୁକ୍ତ ଦୁଇ ଉପଶାସ୍ତ୍ରୀ ୨ୟ ବର୍ଷର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବିଦାୟକାଳୀନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଶଙ୍କର୍ଷଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ସରପଞ୍ଚ ପ୍ରଶାନ୍ତ ସାମଲ, ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ବଙ୍କିମ ଚନ୍ଦ୍ର ନାୟକ, ଘନଶ୍ୟାମ ସାହୁ, ଜଗନ୍ନାଥ ସଂସ୍କୃତ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅନନ୍ତ ଚରଣ ସାହୁ, ଅବସରପ୍ରାପ୍ତ ପଣ୍ଡିତ ନିତ୍ୟାନନ୍ଦ ମିଶ୍ର, ମିଲନ କୁମାର ପଣ୍ଡା ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଅଧ୍ୟାପକ ସୁବାଷ ଚନ୍ଦ୍ର ନାୟକ, ଅଧ୍ୟାପକ ଚନ୍ଦ୍ରକାନ୍ତ ବେହେରା, ମନୋଜ କୁମାର ରାଉତ, କର୍ମଚାରୀ ଉତ୍ତମ କୁମାର ବିଶ୍ୱାଳ, ଶଙ୍କର୍ଷଣ ରାଉତ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ଉପଶାସ୍ତ୍ରୀ ଓ ଶାସ୍ତ୍ରୀର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ