ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ସଚେତନତା ରଥର ଶୁଭାରମ୍ଭ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡା ବନାଞ୍ଚଳ ପକ୍ଷରୁ ନଭେମ୍ବର ୧୯ ତାରିଖ ଦିନ ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସଚେତନତା ରଥ ପରିକ୍ରମା ପାଇଁ ଶୁଭାରମ୍ଭ ହୋଇଯାଇଛି। ବୁବୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ସଚେତନତା ରଥକୁ ବୁଗୁଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି କେ.ନୀଳମାଧବ ଆଚାରୀ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା, ବୁଗୁଡା ପୋଲିସ ଥାନା ଆରାକ୍ଷୀ ନିରୀକ୍ଷକ ଚିତ୍ତରଞ୍ଜନ ବେହେରା, ବୁଗୁଡା ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ଓ ବୁଗୁଡା ଏନଏସି ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଜଙ୍ଗଲରେ ଅଗ୍ନି ସଂଯୋଗ ଦ୍ୱାରା ବହୁ ମୂଲ୍ୟବାନ ବୃକ୍ଷ ପୋଡି ନଷ୍ଟ ହେଉଥିବା ବେଳେ ସେଥିରୁ ନିବୃତ ରହିବା, ଜଙ୍ଗଲ ହେଉଛି ବନ୍ୟପ୍ରାଣୀଙ୍କ ବାସସ୍ଥଳୀ। ସେଥିପାଇଁ ଜଙ୍ଗଲକୁ ସୁରକ୍ଷା ଦେବା। ବନ୍ୟପ୍ରାଣୀ ଶିକାର କରିବା ଏକ ଦଣ୍ଡନୀୟ ଅପରାଧ ଅଟେ। ବନ୍ୟପ୍ରାଣୀ ଫସଲ ନଷ୍ଟ କଲେ ବନ ବିଭାଗ ପକ୍ଷରୁ କ୍ଷତି ପୁରଣ ଦେବାର ବ୍ୟବସ୍ଥା ଥିବା ପ୍ରଭୃତି ବିଷୟ ନେଇ ଜନ ସଚେତନତା କରିବା ପାଇଁ ଏହି ରଥ ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ପରିକ୍ରମା କରିବ। ଏହି କାର୍ଯ୍ୟକ୍ରମରେ ସମସ୍ତ ବନପାଳ, ବନରକ୍ଷୀ ଓ ଅନ୍ୟାନ୍ୟ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ