ଜନହିତରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣୀ
ଭଞ୍ଜନଗର, (ସନ୍ତୋଷ କୁମାର ଜେନା) :-ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ସର୍ବ ପ୍ରଥମେ ଭିନ୍ନକ୍ଷମମାନଙ୍କ ଅଭିଯୋଗ ଏବଂ ପରେ ସାଧାରଣ ଅଭିଯୋଗଗୁଡିକର ଶୁଣାଣି କରିଥିଲେ । ସମ୍ମୁଦାୟ ୧୪ଟି ପତ୍ର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଗ୍ରହଣ କରିଥିଲେ । ଦିବ୍ୟାଙ୍ଗମାନଙ୍କ ନିକଟରୁ ୨ଟି ଅଭିଯୋଗ ପତ୍ର ଆସିଥିଲା ବେଳେ ୧୨ଟି ସାଧାରଣ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ସହାୟକ ଜିଲ୍ଲାପାଳ ସଞ୍ଜୟ କୁମାର ସାହୁ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ ।


