ଜବରଦଖଲମୁକ୍ତ ପାଇଁ ଜିଲ୍ଲାପାଳଙ୍କ ନିର୍ଦେଶ

କେନ୍ଦ୍ରାପଡା (ଯୁଗାବ୍ଦ ନ୍ୟୁଜ) କେନ୍ଦ୍ରାପଡା ତୁଳସୀ କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ମନ୍ଦିର ଚର୍ତୁପାଶ୍ୱର୍ରେ ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁର ହୋଇଥିବା ଅନୁଦାନରେ ତୁରନ୍ତ ଉନ୍ନୟନ କାର୍ଯ୍ୟ ଆରମ୍ଭ କରାଯିବ ତେଣୁ ମନ୍ଦିରର ଚର୍ତୁ ପାଶ୍ୱର୍ରୁ ତୁରନ୍ତ ଜବରଦଖଲ ମୁକ୍ତ କରାଯିବାକୁ ବୁଧବାର ସକାଳେ ଜିଲ୍ଲାପାଳ ସମର୍ଥ ବର୍ମା ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି । ଏ କ୍ଷେତ୍ରରେ କୈାଣସି ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ ବୋଲି ଜିଲ୍ଲାପାଳ ଶ୍ରୀ ବର୍ମା ନିର୍ଦେଶ ଦେଇଥିବା ଜଣାପଡିଛି । ଜିଲ୍ଲାପାଳଙ୍କ ଏହି ପରିଦର୍ଶନ ସମୟରେ ମନ୍ଦିର ଦେବୋତ୍ତର ବିଭାଗ ନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ, ପୂର୍ତ୍ତ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ ପ୍ରଦୀପ କୁମାର ମହାନ୍ତି ଓ ଶ୍ରୀଜୀଉଙ୍କ ସେବାୟତମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ