ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ହାଟଡ଼ିହି, (ବିକାଶ ବିଶ୍ୱାଳ):ହଦଗଡ ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଏହି ବାର୍ଷିକ କ୍ରୀଡା ଉତ୍ସବରେ ଲମ୍ବଡିଆଁ, ଉଚ୍ଚ ଡିଆଁ, ଜାଭେଲିନି ଥ୍ରୋ, ସଟଫୁଟ, ବାଧା ଦୌଡ, ଅଙ୍କକଷା ଆଦି ପ୍ରତିଯୋଗୀତା ମାନ ଅନୁଷ୍ଠିତ ହୋଇଥିଲା । ଜବାହର ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ପି.ମଣିକଣ୍ଡନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେହାଟଡିହି ତହସିଲଦାର ଦିଲ୍ଲିପ କୁମାର ସାହୁ , ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ବିଡିଓ ବିନିତା ବିଜୟିନୀ, ଛାତ୍ର ଅଭିଭାବକ କମିଟିର ସଦସ୍ୟ ସୁଧାଶୁଂ ଦକ୍ଷିଣରାୟ, ପ୍ରମୁଖ ଯୋଗଦେଇ ଛାତ୍ର ଜୀବନରେ କ୍ରୀଡାର ମହତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ବିଶେଷକରି କ୍ରୀଡାଦ୍ୱାରା ଛାତ୍ରଛାତ୍ରୀଙ୍କ ଶାରୀରିକ ତଥା ବୌଦ୍ଧିକ ବିକାଶ ଘଟିଥାଏ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ରୀଡା ପ୍ରତିଯୋଗୀତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ । ଜବାହର ନବୋଦୟ ବିଦ୍ୟାଳୟକୁ ଅନେକ ସମୟରେ ଅଭିଭାବକ ମାନେ ଆସୁଥିଲେବି ସେମାନଙ୍କ ପାଇଁ କୌଣସି ସୁବିଧା ନଥିବାରୁ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଜିଲ୍ଲାପରିଷଦ ପାଣ୍ଠିରୁ ଅଭିଭାବକ ବିଶ୍ରାମ କକ୍ଷ ନିର୍ମାଣ ପାଇଁ ୫ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦେବେ ବୋଲି ଘୋଷଣା କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ପି.ମଣିକଣ୍ଡନ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିବାବେଳେ ଖେଳ ଶିକ୍ଷୟତ୍ରୀ ପ୍ରୀୟା ମୋର୍ଯ୍ୟ ଖେଳ ପରିଚାଳନା କରିଥିଲେ । ଶିକ୍ଷକ ବିଦ୍ୟାଧର ବେହେରା, ଅଭିଷ୍ନା ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବରିଷ୍ଠ ଶିକ୍ଷକ ରାଜେନ୍ଦ୍ର ଧଳ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ