ଜମିବାଡି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ : ୪ଆହତ

ହାଟଡିହି, (ବିକାଶ ବିଶ୍ୱାଳ) :-ହାଟଡିହି ବ୍ଲକ ଆମ୍ବୋ ପଞ୍ଚାୟତ ଡିହସାହିରେ ଜମିବାବଡି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟି ଉଭୟ ପକ୍ଷରୁ ୪ଜଣ ଆହତ ହୋଇଥବବା ଜଣାଯାଇଛି । ଖବରରୁ ଜଣାଯାଇଛି ଯେ ଡିହସାହି ଗ୍ରାମର କିର୍ତ୍ତନ ବେହେରା ଓ ଆମ୍ବୋ ଗ୍ରାମର ପଦ୍ମନାଭ ସ୍ୱାଇଁଙ୍କ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଜମିବାଡିକୁ ନେଇ ବିବାଦ ଲାଗି ରହିଥିଲା । ଗତକାଲି ଏହା ଉଗ୍ରରୁପ ଧାରଣ କହିବା ସହିତ ଉଭୟ ପକ୍ଷଙ୍କ ମଧ୍ୟରେ ସଂଘର୍ଷ ଘଟିବାରୁ ଉଭୟ ପକ୍ଷରୁ ୪ଜଣ ଆହତ ହୋଇଥିଲେ । ସେମାନଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଏହାକୁନେଇ ଉଭୟ ପକ୍ଷରୁ ନନ୍ଦିପଦା ଥାନାରେ ଅଭିଯୋଗ କରାଯାଇଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ