ଜାଗର ଉପବାସ

ଶିବରାତ୍ରିର ମହିମା ସମ୍ପର୍କରେ ମହାଭାରତର ଶାନ୍ତି ପର୍ବରେ କଥିତ ଅଛି ଯେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲା ବେଳେ ମହାଶିବରାତ୍ରିର ପାଳନ ସମ୍ପର୍କରେ ଈକ୍ଷବାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ । ରାଜ ଚିତ୍ରଭାନୁ ସମଗ୍ର ଜମ୍ବୁଦ୍ୱୀପର ଏକଛତ୍ର ଶାସକ ଥିଲେ । ଥରେ ତାଙ୍କ ସ୍ତ୍ରୀ ଶିବରାତ୍ରି ଉପବାସ ପାଳନ କରିଥିଲେ । ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନ କାରଣ ପଚାରିଥିଲେ । ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କରିଥିଲେ । ପୂର୍ବଜନ୍ମରେ ସ୍ୱସୁର ନାମକ ସେ ଜଣେ ଶିକାରୀ ଥିଲେ । ଦିନେ ବଣରେ ବୁଲୁ ବୁଲୁ ସନ୍ଧ୍ୟା ହେଲା । ନିଜ କୁଟୀରକୁ ଫେରିନପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ । ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ । ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବୃକ୍ଷର ପାଦ ଦେଶରେ ଥିବା ଶିବଲିଙ୍ଗ ଉପରେ ପଡ଼ୁଥାଏ । ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ । ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନ କରି ନିଜେ ଶୈବଲୋକ ପ୍ରାପ୍ତ ହେଲେ । ଅଜ୍ଞାତରେ ସେ ଶିବରାତି୍ର ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୋତକ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭ କରି ପରଜନ୍ମରେ ଚିତ୍ରଭାନୁ ରୂପେ ରାଜଗାଦି ଭୋଗ କରେ । ଏହା ହେଉଛି ରାଜା ଚିତ୍ରଭାନୁଙ୍କର ଶିବରାତ୍ରି ପାଳନ ମହିମା ଉପାଖ୍ୟାନ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ