ଜାତୀୟ ଏକତା ଦିବସ ପାଳିତ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଂଜିଳିକାଟୁ ବ୍ଳକ ଶାସନଆମ୍ବଗାଁ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଗୁରୁବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସ ପାଳନ ଅବସରରେ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଶିକ୍ଷାର୍ଥୀ ମାନେ ଏକ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିବା ସହ ଜାତୀୟ ଏକତା ଦିବସର ବାର୍ତା ପ୍ରଦାନ କରିଥିଲେ । ପରବର୍ତି ସମୟରେ ବିଦ୍ୟାଳୟ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ପଟେଲଙ୍କ ସେଂଯାଜନାରେ ଅନୁଷ୍ଠିତ ବୈଠକରେ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଅବଦାନ ସମ୍ପର୍କରେ କହିଥିଲେ । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷୟତ୍ରୀ ପ୍ରିୟଦର୍ଶନୀ ସାହୁସରସୀ ଦାସ, ଶିକ୍ଷକ ମଙ୍ଗରାଜ ମଲ୍ଲିକଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।