ଜାତୀୟ କ୍ରୀଡା ଦିବସ ପାଳିତ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ):ହିଞ୍ଜିଳିକାଟୁ ବ୍ଳକ କଞ୍ଚୁରୁ ସରକାରୀ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ମଙ୍ଗଳବାର ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହୀ ପରିପ୍ରେକ୍ଷୀରେ ବିଦ୍ୟାଳୟ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ସୁଜିତ କୁମାର ପାଢି ମେଜର ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କ୍ରୀଡାର ମହତ୍ତ୍ୱ ସର୍ମ୍ପକରେ ଆଲୋକପାତ କରିଥିଲେ । ବରିଷ୍ଠ ଶିକ୍ଷକ ନିରଞ୍ଜନ ସାହୁ ଓ ଶିକ୍ଷୟତ୍ରୀ ଏଲ. ଗୌରୀ ଆଚାରୀ ମଞ୍ଚାସିନ ଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ବହୁ ଶିକ୍ଷାର୍ଥୀ ଆୟୋଜିତ କ୍ରୀଡା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । କ୍ରୀଡା ଶିକ୍ଷକ ବିଭୁତି ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଆଦିତ୍ୟ ରଥ, ମଧୁସୂଦନ ସାହୁ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ସହଯୋଗ କରିଥିଲେ । ଅନୁରୂପ ଭାବେ ସ୍ଥାନୀୟ ପୌରାଞ୍ଚଳ ଓ ବ୍ଳକର ବହୁ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ