ଜାତୀୟ ଶିକ୍ଷାନୀତିର ସଫଳ ରୂପାୟନ କର୍ମଶାଳା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):ସ୍ବେଚ୍ଛାସେବୀ ସଂଗଠନ ‘ସ୍ବାତୀ’ ଏବଂ ‘କ୍ରାଏ’ ପକ୍ଷରୁ ଜାତୀୟ ଶିକ୍ଷାନୀତି ର ସଫଳ ରୂପାୟନ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ ବିଜୟକୃଷ୍ଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରୀପାଠୀ ଯୋଗଦେଇଥିଲେ। ଶିକ୍ଷକ ମାନେ ନିଷ୍ଠାର ସହ ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ଦାନ ଉପରେ ଗୁରୁତ୍ବ ଦେବା ଦରକାର ବୋଲି ଅତିଥି ଭାବେ ପ୍ରକାଶ କରିଥିଲେ।୧୯୬୮ ମସିହାରେ ପ୍ରଚଳିତ ପ୍ରଥମ ଶିକ୍ଷାନୀତି ଓ ୩୪ ବର୍ଷ ପରେ ପ୍ରଚଳିତ ଶିକ୍ଷାନୀତି ରେ ପରିବର୍ତ୍ତନ ହୋଇଛି। କିନ୍ତୁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ କେବଳ ଶିକ୍ଷା ଭିତରେ ସୀମୀତ ରଖିଲେ ଗୁଣାତ୍ମକ ଶିକ୍ଷାର ବିକାଶ ସମ୍ଭବ ହୋଇପାରିବ ବୋଲି ମତପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମରେ ସଂଗଠନର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଶତପଥି, ସମ୍ପାଦକ ହରିଶଙ୍କର ରାଉତ, ସଂଯୋଜିକା ସୁସ୍ମିତା ଜେନା ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଜି.ଉଦୟଗିରି ବ୍ଳକର ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ,ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମ ପ୍ରତିନିଧି,ବିଭିନ୍ନ ସ୍ବେଛାସେବୀ ସଂଗଠନ କର୍ମୀ, ସାମାଜିକ କର୍ମୀ, ଅଙ୍ଗନବାଡି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ‘ସ୍ବାତୀ’ର କର୍ମୀ ପ୍ରଦୀପ କୁମାର ସ୍ବାଇଁ ପରିଚାଳନା କରିଥିବା ବେଳେ ରମେଶ ବେହେରା ଓ ଅନ୍ୟମାନେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ