ଜାତୀୟ ସଡକ ସୁରକ୍ଷା ସପ୍ତାହ ପାଳନ
କଳାହାଣ୍ଡି – କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ୩୧ତମ ସଡକ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ୟକ୍ରମ କୁ ଉଦଘାଟନ କରିବା ସହ ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଯୋଗଦେଇ ଲୋକଙ୍କୁ ସଚେତନ କରିଥିଲେ । ସପ୍ତାହ ବ୍ୟାପି ଜିଲ୍ଲାର ବିଭିନ୍ନ ସ୍ଥାନରେ ସଚେତନ ରାଲି, ସଭା , ଚକ୍ଷୁ ପରୀକ୍ଷା ଆଦି ବିଭିନ୍ନ ସ୍ଥାନରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଦୀନବନ୍ଧୁ ଶୁଣ୍ଢି ସୁଚନା ଦେଇଛନ୍ତି ।


