ଜିଲ୍ଲାକୁ ଆସିଲେ ମୋଟ ୬୦ହଜାର ୧୫୪ ପ୍ରବାସୀ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ନିର୍ଦେଶ କ୍ରମେ ସମସ୍ତ ଧର୍ମାନୁଷ୍ଠାନ, ମଠ ମନ୍ଦିରକୁ ସର୍ବସାଧାରଣଙ୍କ ଦର୍ଶନାର୍ଥେ ଚଳିତମାସ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । କେନ୍ଦ୍ରାପଡା ଜିଲ୍ଲାରେ ଆଜି ୯୯ଜଣ କରୋନା ସଂକମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଜିସୁଧା ଜିଲ୍ଲାରେ ମୋଟ ୩୪୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୨୨୩୮ ଜଣ ସୁସ୍ଥ ହୋଇଥିବା ବେଳେ ୧୧୫୫ ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ଏବଂ ୪ଜଣ ମୃତ୍ୟୁ ବରଣ କରିଛନ୍ତି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ୬୦ହଜାର ୧୫୪ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୧୫ଜଣ ପ୍ରବାସୀଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ ରାଜନଗର ବ୍ଲକର ୧୩ ଓ ଡେରାବିଶି ବ୍ଲକର ୨ ଜଣ ଅଛନ୍ତି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।