ଜିଲ୍ଲାକୁ ମୋଟ ୧୯ହଜାର ୮୯୪ ପ୍ରବାସୀ ଆସିଲେ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କରୋନା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକ ତ୍ୱରିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଖୋଲାଯାଇଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକର ସୁପରିଚାଳନା ଉପରେ ଜିଲ୍ଲାପାଳ ସମର୍ଥ ବର୍ମା ଗୁରୁତ୍ୱାରୋପ କରିଛନ୍ତି । ଆଜି ସୁଦ୍ଧା ଜିଲ୍ଲାର ସମସ୍ତ ୨୪୯ଟି ପଂଚାୟତରେ ୧୧୬୪ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଇ ୪୬ହଜାର ୮୯୨ ଟି ଶଯ୍ୟା ପ୍ରସ୍ତୁତ କରାଯାଇଥିବା ବେଳେ କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ପୈାରସଂସ୍ଥା ପକ୍ଷରୁ ୩୪ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଇ ୧୯୫୨ଟି ଶଯ୍ୟା ପ୍ରସ୍ତୁତ କରାଯାଇଛି । ସମସ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ୧୪୪ ଧାରା ଜାରିକରାଯାଇଛି । ଆଜି ସୁଦ୍ଧା ୧୯ହଜାର ୮୯୪ ଜଣ ରାଜ୍ୟ ବାହାରୁ ଆସିଛନ୍ତି । ଆଜି ଆସିଥିବା ୧୮୮୧ ଜଣଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୩୭ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୨୧୩, ମହାକାଳପଡା ବ୍ଲକର ୧୯୩, କେନ୍ଦ୍ରାପଡା ପୈାରାଚଂଳ ୦, ମାର୍ଶାଘାଇ ବ୍ଲକର ୪୨୭, ରାଜନଗର ବ୍ଲକର ୫୨୭, ରାଜକନିକା ବ୍ଲକର ୨୩୭, ଆଳି ବ୍ଲକର୭୦, ଡେରାବିଶି ବ୍ଲକର ୧୩୮ ଓ ଗରଦପୁର ବ୍ଲକର ୩୯ ଜଣ ଅଛନ୍ତି । ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅନ୍ୟାଦେଶ ପର୍ଯ୍ୟନ୍ତ ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକ ସକାଳ ୭ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବା ଏବଂ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଗୁଡିକ ଦିନରାତି ଖୋଲାରହିବ । ମାର୍କେଟ କମ୍ପେ୍ଲକ୍ସ ଓ ସପିଂ ମଲ ବାହାରେ ଥିବା ସେଲୁନ ଓ ପାର୍ଲର ଗୁଡିକ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ମଦ ଦୋକାନ ଗୁଡିକ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ ରହିବ । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ