ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ଉଦ୍ଘାଟିତ
ଛତ୍ରପୁର, (ଦେବଦତ୍ତ ମହାରଣା):ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସର୍ବସାଧାରଣଙ୍କ ନିମନ୍ତେ ଏକ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପ ଶୁଭାରମ୍ଭ ହୋଇଛି । ମଙ୍ଗଳବାର ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ପ୍ରକଳ୍ପକୁ ଉଦ୍ଘାଟନ କରିଛନ୍ତି । ବିଭିନ୍ନ କାର୍ଯ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ ଏହି ପ୍ରକଳ୍ପ ଦ୍ୱାରା ଉପକୃତ ହୋଇପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି । ଜନସ୍ୱାସ୍ଥ୍ୟ ଓ ପୁର୍ତ୍ତ ବିଭାଗ ମିଳିତ ସହଯୋଗରେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ସୁକାନ୍ତ ଚନ୍ଦ୍ର ମିଶ୍ର, ଆସିଷ୍ଟାଣ୍ଟ କଲେକ୍ଟର, ଓମ୍ ପ୍ରକାଶ ପରିଡା, ଆସିଷ୍ଟାଣ୍ଟ ନାଜିର ନିରଞ୍ଜନ ଚୌଧୂରୀ, ଜିଲ୍ଲା ପରିଷଦର ନିର୍ବାହୀ ଯନ୍ତ୍ରୀ ଇଂ ମନୋଜ କୁମାର ବେହେରା, ସହକାରୀ ଉନ୍ନୟନ ଅଧିକାରୀ (ତାଲିମ) ବାଣୀ ସୁକାନ୍ତ ପଟ୍ଟନାୟକ, ପୁର୍ତ୍ତ ଓ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବହୁ କର୍ମଚାରୀ ଉପସ୍ଥିତ ଥିଲେ ।