ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କଲେ ସରପଞ୍ଚ : ବେଲଗାଁ ଓ ଗଣ୍ଡଳା ପଂଚାୟତ ସଟଡ଼ାଉନ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ): କରୋନା ପ୍ରବଣ ଗଞ୍ଜାମ ଜିଲ୍ଲାର ସ୍ଥିତି ସମ୍ପୁର୍ଣ୍ଣ ଅଣାୟତ । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ନିକଟତର ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କ ଛୂଇଁଛି । ଏଭଳି ସ୍ଥିତିରେ ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ତଥା ଜିଲ୍ଲାର ଏକମାତ୍ର ପୌରପାଳିକା ହିଞ୍ଜିଳିକାଟୁ ସହର ମଧ୍ୟ ଏଥିରୁ ବାଦ୍ ପଡ଼ିନି ।ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ମଧ୍ୟ ବହୁ ବ୍ୟକ୍ତିଙ୍କ ଶରୀରରେ କରୋନା ଲକ୍ଷଣ ରହିଥିବା ଏବଂ ସଂକ୍ରମିତ ରହିଥିବା ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସୁତ୍ରରୁ ସୂଚନା ମିଳିଛି । ସ୍ଥାନୀୟ ବ୍ଳକର ବିଭିନ୍ନ ପଂଚାୟତରେ ସ୍ଥିତି ନିୟନ୍ତ୍ରାଣଧିନ ରହିଥିବା କୁହାଯାଉଥିଲେ ମଧ୍ୟ ବାସ୍ତବ କ୍ଷେତ୍ରରେ ସଂକ୍ରମିତଙ୍କ ସଂଖ୍ୟା ବହୁ ଅଧିକ ରହିଥିବା ଏବଂ କିଛି ବ୍ୟକ୍ତି ଜାଣିଶୁଣି ରୋଗକୁ ଲୁଚାଉଥିବା ନେଇ ଅଂଚଳରେ ଚର୍ଚ୍ଚା ଜୋର ଧରିଛି । ସ୍ଥାନୀୟ ବ୍ଳକ ଗଣ୍ଡଳା ପଂଚାୟତରେ ଗୁରୁବାର ଜଣେ ବ୍ୟକ୍ତି କରୋନା ପଜିଟିଭ ଜଣାପଡ଼ିବା ପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ସରଂପଚ ଗୌରୀ ସାହୁ ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କରି ସଂପୃକ୍ତ ପଂଚାୟତକୁ ସଟଡ଼ାଉନ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ଗଣ୍ଡଳା ଗ୍ରାମ ପଂଚାୟତ ଠାରୁ ମାତ୍ର ଅଧା କିଲୋମିଟର ଦୂରରେ ବେଲଗାଁ ପଂଚାୟତ ରହିଥିବାରୁ ସଂପୃକ୍ତ ପଂଚାୟତରେ ଗୋଷ୍ଠୀ ସଂକ୍ରମଣ ଅ।।ଶଙ୍କା କରି ସରଂପଚ ତ୍ରିନାଥ ପାଣିଗ୍ରାହୀ ବେଲଗାଁ ପଂଚାୟତକୁ ମଧ୍ୟ ସଟଡ଼ାଉନ ଘୋଷଣା କରିଛନ୍ତି । ଉଭୟ ପଂଚାୟତର ସରଂପଚ ହିଞ୍ଜିଳିକାଟୁ ବିଡ଼ିଓ ପ୍ରସନ କୁମାର ପାତ୍ରଙ୍କ ସହ ଏ ନେଇ ଆଲୋଚନା କରିଛନ୍ତି । ପରିସ୍ଥିତିରେ ସୁଧାର ନଆସିଲେ ଆଗାମୀ ଦିନରେ ସଂପୃକ୍ତ ଦୁଇ ପଂଚାୟତକୁ କଂଟେନମେଂଟ ଜୋନ ଭାବେ ଘୋଷଣା କରାଯିବ ବୋଲି ବେଲଗାଁ ସରଂପଚ ପାଣିଗ୍ରାହୀ ଓ ଗଣ୍ଡଳା ସରପଂଚ ସାହୁ କହିଛନ୍ତି ।


