ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

କଟକ, (ଓ୍ବାଇଏନଏସ): ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଆଜି ନିଆଳୀ ବ୍ଲକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୪୬ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୧୩୫ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୧ଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ୩୦ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା।ଅଭିଯୋଗ ଶୁଣାଣି ସ୍ଥଳରେ ,ଏସ. ଡି. ପି. ଓ ବିଜୟ କୁମାର ମଲ୍ଲିକ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ଶିକ୍ଷା,ବିଦ୍ୟୁତ, ଭତ୍ତା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ, ଆସନ୍ତା ଜୁଲାଇ ୬ ତାରିଖରେ ନିଶ୍ଚିନ୍ତକୋଇଲି ବ୍ଲକ୍‌ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ