ଜିଲ୍ଲାସ୍ତରୀୟ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ନିମନ୍ତେ ତାଲିମ ଶିବିର

ବାଲେଶ୍ୱର,( ଯୁଗାବ୍ଦ ନ୍ୟୁଜ୍): ବାଲେଶ୍ୱର ଜିଲ୍ଲା ପ୍ରଶାସନ ତରଫରୁ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ତାଲିମ କାର୍ଯ୍ୟକ୍ରମ ଆଜି ଦିବା ୧୧ଘଟିକାରେ ସ୍ଥାନୀୟ ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ତାଲିମ କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ନାୟକ ଉଦଘାଟନ କରିବା ସହିତ ଜିଲ୍ଲାର ସମସ୍ତ ବ୍ଲକ ଓ ତହସିଲରେ ନିର୍ଦ୍ଧାରିତ ହୋଇଥିବା ୧୦୦୩ଗୋଟି ଗ୍ରାମରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନାକୁ ମନୋନୀତ ହୋଇଥିବା ୧୨ଟି ଏନଜିଓ ଦ୍ୱାରା କାର୍ଯ୍ୟକାରୀ କରିବା ନିମନ୍ତେ ଗୁରୁତ୍ୱାରୋପ କରିଥିଲେ । ଏହି ତାଲିମ୍ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାଲେଶ୍ୱର ଉପ-ଜିଲ୍ଲାପାଳ ଶ୍ରୀ ନୀଲୁ ମହାପାତ୍ର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ଅଭୟ କୁମାର ନାୟକ, ଓସଡାମା(କ୍ଟଗ୍ଦୟଜ୍ଞବ) ଜିଲ୍ଲା ପ୍ରକଳ୍ପ ଅଧିକାରୀ ଶ୍ରୀ ଅବନୀକାନ୍ତ ଭୂୟାଁ ଓ ରାଜ୍ୟ ପ୍ରକଳ୍ପ ଅଧିକାରୀ ଶ୍ରୀ ଲକ୍ଷ୍ମୀନାରାୟଣ ନାୟକ ଯୋଗ ଦେଇ ବକ୍ତବ୍ୟ ରଖିବା ସହିତ ତାଲିମ୍ ପ୍ରଦାନ କରିଥିଲେ । ଜିଲ୍ଲା ପ୍ରକଳ୍ପ ଅଧିକାରୀ ପ୍ରାରମ୍ଭିକ ସୂଚନା ରଖିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ