ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳିତ

ବାଲେଶ୍ୱର(ଯୁଗାବ୍ଦ ନ୍ୟୁଜ୍‍): ସ୍ଥାନୀୟ ଟାଉନ ହାଇସ୍କୁଲଠାରେ ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ-୨୦୧୯ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସନ୍ତୋଷ କୁମାର ପାତ୍ର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଏହାକୁ ଉଦ୍‍ଘାଟନ କରିବା ସହିତ ଏହି ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ପିଲାଙ୍କ ମାନସିକ ଓ ଶାରୀରିକ ଅଭିବୃଦ୍ଧି ପାଇଁ କୃମିନାଶକ ବଟିକାର ମହତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ସ୍କୁଲ ପିଲାମାନଙ୍କୁ କୃମିନାଶକ ଔଷଧ ଖୁଆଇ ସେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର ସମେତ ଅନ୍ୟାନ୍ୟ ଅଂଚଳରେ ୧ରୁ ୧୯ ବର୍ଷ ବୟସର ପିଲାମାନଙ୍କୁ କୃମିନାଶକ ଔଷଧ ଖାଇବାକୁ ଦିଆଯାଉଛି । ପିଲାମାନଙ୍କୁ ପୁଷ୍ଟିହୀନତା ଓ ରକ୍ତହୀନତାରୁ ଦୂରେଇ ରଖିବା ପାଇଁ ଏପରି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଥିବା ବେଳେ ଆଜି ଯେଉଁ ପିଲାମାନେ ବାଦ୍ ପଡିଯାଇଥିବେ ସେମାନଙ୍କୁ ଆସନ୍ତା ୧୪ ତାରିଖ ଦିନ କୃମିନାଶକ ଔଷଧ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି । ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସହକାରୀ ଜିଲ୍ଲା ଚିକିତ୍ସାଧିକାରୀ ଡା. ପରେଶ ଚନ୍ଦ୍ର ନନ୍ଦୀ, ଜିଲ୍ଲା ଯକ୍ଷ୍ମା ନିୟନ୍ତ୍ରଣ ଅଧିକାରୀ ଡା. ଗିରୀଶ ଚନ୍ଦ୍ର ପତି, ଜିଲ୍ଲା କୁଷ୍ଠ ନିରାକରଣ ଅଧିକାରୀ ଡା. ଅନ୍ତର୍ଯ୍ୟାମୀ ମିଶ୍ର, ଏପିଡେମୋଲୋଜିଷ୍ଟ ଡାକ୍ତର ବ୍ରଜମୋହନ ପାତ୍ର, ଜିଲ୍ଲା ଜନସ୍ୱାସ୍ଥ୍ୟ ସଂଚାର ଅଧିକାରୀ ନରେଶ ଚନ୍ଦ୍ର ଦାଶ, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ସଂଚାର ଅଧିକାରୀ ରମଣୀକାନ୍ତ ଭଞ୍ଜ, ଟାଉନ ହାଇସ୍କୁଲର ଶିକ୍ଷକ-ଶିକ୍ଷୟିତ୍ରୀ, ପୁନରୁତ୍ଥାନ ସ୍ୱେଚ୍ଛାସେବୀ ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ