ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍‌ଯାପିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ତିନି ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଆଜି ଉଦ୍‌ଯାପିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ଶହେ ଦିନ ପୁରଣ ମଧ୍ୟରେ ଆରମ୍ଭ ହୋଇଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ୨୧ ଠାରୁ ୨୩-ସେପ୍ଟେମ୍ବର, ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲିଥିଲା , ଏହାର ଉଦ୍ଧେଶ୍ୟ ସରକାରଙ୍କ ସମସ୍ତ ଯୋଜନା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଏହାର ମୂଳ ଲକ୍ଷ ରହିଥିଲା । ଆଜିର ଏହି ଉଦଯାପନ ଦିବସରେ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ।ସେହିପରି ଓରମାସ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗ ଦ୍ଵାରା ଷ୍ଟଲ ଖୋଲାଯାଇ ସରକାରୀ ଯୋଜନା ଉପରେ ସଚେତନତା କରଯାଇଅଛି। ସେହିପରି ପ୍ରତିଦିନ ସନ୍ଧ୍ୟାରେ ଜିଲ୍ଲାର କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଅଛି। ଏହି ଅବସରରେ ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳାମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀ ବିକ୍ରୟ ହୋଇଥିଲା। ଆଜିର ଉଦଯାପନୀ ସନ୍ଧ୍ୟାରେ ମଧ୍ୟ ସ୍ଥାନୀୟ କଳାକାରଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଅନୁଷ୍ଠିତ ହୋଇଥିଲା। ଏହି ବିକାଶ ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ପ୍ରଦର୍ଶନ କରିବା ସହିତ ସଚେତନତା କରାଯାଇଛି,ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇ ଥିଲା। ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ.ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି, ଓରମାସ ଡେପୁଟି ସିଇଓ ଶ୍ରୀ ସୁବଳ ଜେନାମଣି, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ମିଶନ ଶକ୍ତି ଶ୍ରୀ ଟିମନ ବାରା, ଡେପୁଟି କଲେକ୍ଟର ଶ୍ରୀ ପାଣକୃଷ୍ଣ ପାଣିଗ୍ରାହୀ ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ