ଜିଲ୍ଲାସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲାସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇ ଯାଇଛି । ଏଥିରେ ମୁଖ୍ୟତଃ ତମାଖୁ ବ୍ୟବହାରର କୁ ପରିମାଣ ବିଷୟରେ ସଚେତନତା ସୃଷ୍ଟି କରିବା ସହ ତମାଖୁ ବର୍ଜନ ପାଇଁ ଶପଥ ପାଠ କରାଯାଇଥିଲା । ଏଥିଲାଗି ଗତ ୨୪ ତାରିଖ ଦିନ ଏକ ଜିଲ୍ଲା ସ୍ତରୀୟ ତର୍କ ପ୍ରତିଯୋଗିତା ମହାବିଦ୍ୟାଳୟସ୍ତରର ଛାତ୍ରଛାତ୍ରୀଙ୍କୁ ନେଇ ଅନୁଷ୍ଠିତ ହୋଇଥିଲା । ଆଜି କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଏମ୍ଏମ୍ ଅଲ୍ଲୀ, ବିନୋଦିନୀ ବିଜ୍ଞାନ ମହା ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକ, ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ତମାଖୁ ବର୍ଜନ ଦିବସର ତାତ୍ପର୍ଯ୍ୟ ଓ ସଚେତନତା ସମ୍ବନ୍ଧରେ ଆଲୋକପାତ କରିଥିଲେ । ଶେଷରେ ମୁଖ୍ୟଚିକିତ୍ସାଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀ ପ୍ରତୀଯୋଗିତାରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ସହ ପ୍ରମାଣ ପତ୍ର ପ୍ରଦାନ କରିଥିଲେ ।


