ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ ସମେତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ସୁରଭି-୨୦୨୧” ସମେତ ଶିଶୁ ଦିବସ ଓ ନେହେରୁ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠି ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭା କାର୍ଯ୍ୟକ୍ରମରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ କହିଥିଲେ । ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବହାରଲାଲ ନେହେରୁ କିଭଳି ଛୋଟ ପିଲାମାନଙ୍କୁ ଭଲ ପାଉଥିଲେ ତାଙ୍କର ସ୍ନେହ ଶ୍ରଦ୍ଧା ଓ ଦିଗ୍‌ଦର୍ଶନ ଦ୍ୱାରା ଶିଶୁମାନେ ତାଙ୍କର ଭବିଷ୍ୟତ କିଭଳି ଗଢିବେ ସେ ସମ୍ପର୍କରେ ଉପସ୍ଥିତ ଶିଶୁମାନଙ୍କୁ କହି ତାଙ୍କର ଜନ୍ମ ଦିବସକୁ ଶିଶୁ ଦିବସ ଭାବେ ପାଳ କରାଯାଉଛି ବୋଲି କହିଥିଲେ । ଅନ୍ୟପକ୍ଷରେ ଶିଶୁମାନଙ୍କ ଲୁକାୟିତ ପ୍ରତିଭାକୁ ପରିପ୍ରକାଶ କରିବା ଏହି ସରୁଭି ମହୋତ୍ସବ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାୟଗଡ ବ୍ଲକ ବିଇଓ ମନୋରଂଜନ ସେଠୀ, କାଶୀନଗର ବ୍ଲକର ବିଇଓ ଆଦିକନ୍ଦ ଗମାଙ୍ଗ ଓ ମହେନ୍ଦ୍ରଗରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଜିଲ୍ଲାର ୭ ଗୋଟି ବ୍ଲକର ବିଦ୍ୟାଳୟ ମାନଙ୍କରୁ ଆସିଥିବା ୬୩ ଜଣ ଶିଶୁମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ପ୍ରବନ୍ଧ, ଡିବେଟ, ଚିତ୍ରଙ୍କାନ, ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ମଞ୍ଚାସୀନ ଅତିଥିମାନେ ପୁରଷ୍କାର ବଣ୍ଟନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ