ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳ

ମୟୁରଭଞ୍ଜ,(ମୁରାରୀ ମୋହନ ମହାପାତ୍ର): ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳରେ ବି ସି ଏ ମୟୁରଭଞ୍ଜ ଗ୍ରୀନକୁ ୪୩ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବି ସି ଏ ୩୫ ଓଭରରେ ୮ ଉଇକେଟ ହରାଇ ୧୮୯ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ସଚ୍ଚିଦାନନ୍ଦ କଟୁଆଳ ୫୨ ଓ ରୋହନ ସାହୁ ୬୪ ରନ କରିଥିଵା ବେଳେ ବିପକ୍ଷ ଦଳର ଜିତ ଦେ ୨ ଉଇକେଟ ଅକ୍ତିଆର କରିଥିଲେ I ଉତ୍ତରରେ ମୟୁରଭଞ୍ଜ ଗ୍ରୀନ ୩୦.୫ ଓଭରରେ ସମସ୍ତ ଉଇକେଟ ହରାଇ ୧୪୬ ରନ ସଂଗ୍ରହ କରିପାରିଥିଲେ I ଦଳ ପକ୍ଷରୁ ପ୍ରଶାନ୍ତ ତିରିଆ ୨୮ରନ କରିଥିବାବେଳେ ବିପକ୍ଷ ଦଳର ସାଇବା ସିଂ ୪ଟି ଉଇକେଟ ଅକ୍ତିଆର କରି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ଅମିତାଭ ପଟ୍ଟନାୟକ ଓ ସୁଶାନ୍ତ ମହାନ୍ତି ଖେଳ ପରିଚାଳନା କରିଥିବା ବେଳେ ସମ୍ବିତ କୁମାର ମହାରଣା ସ୍କୋରିଂ ରେ ସହାୟତା ପ୍ରଦାନ କରିଥିଲେ I ଅତିଥି ବିଶିଷ୍ଟ କ୍ରୀଡ଼ାବିତ ପ୍ରଦୀପ କିଶୋର ମହାନ୍ତି ଙ୍କ ସମେତ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, କ୍ରିକେଟ ସହ ସମ୍ପାଦକ ପ୍ରସନ୍ନଜିତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଆସନ୍ତା କାଲି ଡି ଆର କେ (ଏ) ଓ ମୟୁରଭଞ୍ଜ (ଏ) ମଧ୍ୟରେ ଖେଳ ହେବ ବୋଲି କ୍ରିକେଟ ସମ୍ପାଦକ ହରପ୍ରସାଦ ପାତ୍ର ଜଣାଇଛନ୍ତି I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ