ଜିଲ୍ଲାସ୍ତରୀୟ ହାକଥନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ଠାରେ ଥିବା ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ହାକଥନ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ସଭାପତିତ୍ବରେ ଶ୍ରୀ କୃଷ୍ଣଚନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅଜୟ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୟ ସହ ତାଳ ମିଶାଇ ପ୍ରଯୁକ୍ତି ବିଦ୍ୟା ଅଧ୍ୟୟନ କରିବା ସଙ୍ଗେ ସଙ୍ଗେ ବିଜ୍ଞାନ ମାଧ୍ୟମରେ ଜୀବନକୁ ସରଳ କରି ଆଗେଇ ଯିବାକୁ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।ଜିଲ୍ଲା ବିଜ୍ଞାନ ସୁପରଭାଇଜର ଶ୍ରୀ ଏ: ରବି କୁମାର ସମ୍ମାନୀତ ଅତିଥି ଭାବେ ଯୋଗଦେଇ ପିପିଟି ମାଧ୍ୟମରେ ବିବରଣୀ ପ୍ରଦାନ କରିବା ସହ ରାଜ୍ୟ ଓ ଜିଲ୍ଲା ସ୍ତରରେ ଅନୁଷ୍ଠିତ ହେଉଥିବା ବିଭିନ୍ନ ପ୍ରତିଯୋଗିତା ମାନଙ୍କରେ ସକ୍ରିୟ ଅଂଶଗ୍ରହଣ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଉପାଦେୟ ପ୍ରେରଣା ଦେଇଥିଲେ । ପ୍ରଯୁକ୍ତି ବିଦ୍ୟା ବିଭାଗ ଛାତ୍ର ଶ୍ରୀ ଅରୁନନ୍ଦ ପାଣିଗ୍ରାହୀ ଯୋଗଦେଇ ହାକଥନ\’ର ବିଭିନ୍ନ ଦିଗ ସମ୍ପର୍କରେ ବୁଝାଇ ଥିଲେ । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା\’ର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଆଦର୍ଶ ବିଦ୍ୟାଳୟ\’ର ଛାତ୍ରଛାତ୍ରୀ ମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ. ଶେଷରେ , ବିଦ୍ୟାଳୟର ରାଜନୀତିକ ବିଜ୍ଞାନ ବିଭାଗ ବରିଷ୍ଠ ଅଧ୍ୟାପକ ଶ୍ରୀ ରବେନ୍ଦ୍ର ପାଣିଗ୍ରାହୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ