ଜିଲ୍ଲା ଅବକାରୀ ବିଭାଗ ଦ୍ୱାରା ୧୦ଲିଟର ଚୋରା ଦେଶିମଦ ଜବତ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୦ ଲିଟର ଚୋରା ଦେଶିମଦ ଜବତ କରାଯାଇଥିବା ସୂଚନା ମିଳିଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ନିର୍ଦେଶ କ୍ରମେ ଅବକାରୀ ଅଧିକ୍ଷକ ରଜତ କୁମାର ପ୍ରହରାଜଙ୍କ ନେତୃତ୍ୱରେ ଅବକାରୀ ସବ୍ଇନିସପେକ୍ଟର ସରୋଜ କୁମାର ବାଗ୍ଙ୍କ ଦ୍ୱାରା ଚଢାଉ କରାଯାଇ ପାଟକୁରା ଥାନା ଅନ୍ତର୍ଗତ ହରିପୁର ଗ୍ରାମର ଲକ୍ଷ୍ମଣ କୁମାର ମଲ୍ଲିିକଙ୍କ ପୁଅ ତୋଫାନ କୁମାର ମଲ୍ଲିକଙ୍କ ଠାରୁ ୫ଲିଟର ଚୋରା ିଦେଶିମଦ ଜବତ କରାଯିବା ସହ ତାଙ୍କୁ ଗିରଫ କରାଯାଇଛି । ସେହପରି କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ହରିଅଙ୍କ ଗ୍ରାମର ଖଗେଶ୍ୱର ମଲ୍ଲିକଙ୍କ ପୁଅ ଦୋଳଗୋବିନ୍ଦ ମଲ୍ଲିକଙ୍କ ଠାରୁ ୫ଲିଟର ଚୋରା ଦେଶୀମଦ ଅବକାରୀ ବିଭାଗ ଜବତ କରି ତାଙ୍କୁ ଗିରଫ କରିଥିବା ଅବକାରୀ ବିଭାଗ ସବଇନସପେକ୍ଟର ଶ୍ରୀ ବାଗ ସୂଚନା ଦେଇଛନ୍ତି । ଏହି ଚଢାଉରେ ଅବକାରୀ ବିଭାଗର ଏ.ଏସ.ଆଇ ନୁରୁଲ ରହିମ, କନେଷ୍ଟବଳ ସୁନିଲ କୁମାର ମିଶ୍ର , ଜଗନ୍ନାଥ ବେସ୍ରା, ଧର୍ମେନ୍ଦ୍ର ପ୍ରଧାନ, ମହିଳା କନେଷ୍ଟବଳ ଲୁଲୁ ସାହୁ ଓ ବବିତା ନାୟକ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।