ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ୮୭ତମ ଓଡିଶା ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ସ୍ଥାନୀୟ ଋଷିକୁଲ୍ୟା ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବଙ୍କ ଅଧ୍ୟକ୍ଷତାରେ ୮୭ ତମ ଓଡିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍‌ରମକୁ ଶୁଭାରମ୍ଭ କରିବା ସହ ଆଜିର ଦିବସ ଉପରେ ମତ ପ୍ରକାଶ କରିଥିଲେ । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ରାୟଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବହୁ ସଂଖ୍ୟକ ଏସଏଚଜି ମା ମାନଙ୍କ ଦ୍ୱାରା ଏକ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯିବା ସହ ପୂର୍ବରୁ ସ୍କୁଲ ଓ କଲେଜ ସ୍ତରରେ ଏହି ଦିବସ ଉପଲକ୍ଷେ ହୋଇଥିବା ପ୍ରତିଯୋଗିତା ରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ