ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସମୀକ୍ଷା ବୈଠକ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :-ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅଫିସ ଠାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ରୋମାଞ୍ଚଳ ଖମାରିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ କାଶୀନଗର ର ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ମୂଖ୍ୟତଃ ଶିକ୍ଷା, ଅଙ୍ଗନୱାଡ଼ି, ସ୍ୱାସ୍ଥ୍ୟ, ମୁକ୍ତା ଯୋଜନା,ସ୍କୁଲ୍ କୋଠାଗୃହ ଆଦି ସମ୍ପର୍କରେ ଆଲୋଚନା କରିବା ସହ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ବ୍ଲକସ୍ତରୀୟ ସମସ୍ତ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଭାଗନେଇଥିଲେ ।