ଜିଲ୍ଲା ପରିଷଦ ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ପାଇଁ ବିଜେଡ଼ି ର ପ୍ରସ୍ତୁତି ବୈଠକ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ପରିଷଦ ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ପାଇଁ ଏକ ପ୍ରସ୍ତୁତି ବୈଠକ ପୋଲସରା ସହରର କୋଣାର୍କ କଲ୍ୟାଣ ମଣ୍ଡପରେ ଏପ୍ରିଲ ୮ ତାରିଖ ଦିନ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆସିକ ଲୋକସଭା ନିର୍ବାଚନ ମଣ୍ଡଳୀ ସାଂସଦ ପାର୍ଥିନୀ ରଞ୍ଜିତା ସାହୁ ଓ ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀ ଶ୍ରୀକାନ୍ତ ସାହୁ ଯୋଗଦେଇଥିଲେ। ବୁଗୁଡା ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କର୍ମୀ ସମ୍ମିଳନୀ ପାଇଁ ଆଲୋଚନା ହୋଇ ସମ୍ମିଳନୀ ପାଇଁ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା। ଏହି ବୈଠକରେ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ପୋଲସରା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର କୁମାର ପ୍ରଧାନ ଓ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଓ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ପୋଲସରା ଏନଏସି ଅଧ୍ୟକ୍ଷା ସଂଗୀତା ବେହେରା ଓ ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ ଓ ଉପାଧ୍ୟକ୍ଷଙ୍କ ପ୍ରତିନିଧି ସୁଧାଂଶୁ ଶେଖର ପାଢ଼ୀ, ଦୁଇ ବ୍ଳକର ଜିଲ୍ଲା ପରିଷଦ ମେମ୍ବର ବୃନ୍ଦ ଅଶୋକ କୁମାର ବିଷୋୟୀ, ଝୁନୁ ଦାସ, ବିକ୍ରମ କେଶରୀ ନାୟକ, ପ୍ରତିନିଧି ଟୁକୁନା ସ୍ୱାଇଁ, ଗଙ୍ଗାପାଣି ଜେନା ଓ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ, ପୋଲସରା ନଗର ବିଜେଡି ସଭାପତି ରଞ୍ଜିତ ସାହୁ, ବୁଗୁଡା ନଗର ବିଜେଡି ସଭାପତି କେ.ତ୍ରିଲୋଚନ ଦୋରାଙ୍କ ସମେତ ସରପଞ୍ଚ, ସମିତି ମେମ୍ବର , ଦୁଇ ଏନଏସିର କାଉନସିଲର ବୃନ୍ଦ, ଦଳୀୟ ଅନ୍ୟାନ୍ୟ କର୍ମକର୍ତ୍ତା ବୃନ୍ଦ, ସକ୍ରିୟ ସଦସ୍ୟ ବୃନ୍ଦ ଓ ବରିଷ୍ଠ ସଦସ୍ୟ ବୃନ୍ଦ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ