ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ଜିଲ୍‌ଲା ଓକିଲ ସଙ୍ଘର ନବନିର୍ବାଚିତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ଜିଲ୍ଲା କିଲ ସଙ୍ଘର ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ସଂସଦର ସଭାପତି ପ୍ରଦୀପ କୁମାର ମହାନ୍ତିଙ୍କ ପୈାରହିତ୍ୟରେ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେଉରା, ବରିଷ୍ଠ ଆଇନଜୀବି ଉମେଶ ଚନ୍ଦ୍ର ସିଂ, ଅକ୍ଷୟ କୁମାର ମହା. ସାମ୍ବାଦିକ ଚିତ୍ତରଞ୍ଜନ ଦାସ ଓ ରବିନାରାୟଣ ପତି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ଜିଲ୍ଲା ଓକିଲ ସଙ୍ଘର ନବ ନିର୍ବାଚିତ ସଭାପତି ଆଶୁତୋଷ ମହାନ୍ତି, ଉପସଭାପତି ଜିତେନ୍ଦ୍ର କୁମାର ମହାନ୍ତି, ସାଧାରଣ ସମ୍ପାଦକ ସେକ ଅଜିମୁଦ୍ଦିନ, କୋଷାଧ୍ୟକ୍ଷ ନିରାକାର ପ୍ରଧାନ, ଯୁଗ୍ମସମ୍ପାଦକ ଅକ୍ଷୟ କୁମାର ସ୍ୱାଇଁ ଏବଂ କାର୍ଯ୍ୟକାରୀ କମିଟି ସଭ୍ୟ ସୁବାଷ ଚନ୍ଦ୍ର ରାଉତ ପ୍ରମୁଖଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗୋଲଖ ଚନ୍ଦ୍ର ପଢିଆରୀ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ମୁକ୍ତାର ଖାଁ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ