ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ ସମ୍ବିଧାନ ପ୍ରଣେତା ଡଃ. ବି.ଆର. ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ପାଳିତ ହୋଇଯାଇଛି । ଚଳିତବର୍ଷ କୋଭିଡ କଟକଣା ବଳବତ୍ତର ଥିବାରୁ ଏହି ଜୟନ୍ତୀକୁ ନିରାଡମ୍ବର ଭାବେ ପାଳନ କରାଯିବା ଅବସରରେ ପୁରୁଣା ବସଷ୍ଟାଣ୍ଡରେ ଥିବା ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଅମ୍ରିତ ଋତୁରାଜ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଉପଜିଲ୍ଲାପାଳ ନିରଞ୍ଜନ ବେହେରା, କେନ୍ଦ୍ରାପଡା ପୈାର ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଆମ୍ବଦକରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ