ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁ ଶ୍ରମିକ ନିବାରଣ ସଚେତନତା ରଥର ଶୁଭାରମ୍ଭ

ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିବାରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏହି ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା । ଜିଲ୍ଲାରେ ଶିଶୁ ଶ୍ରମିକ ପ୍ରଥା ବନ୍ଦ କରିବାକୁ ଆଜି ଠାରୁ ୧୫ଦିନ ଧରି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ରଥ ବିଭିନ୍ନ ସଚେତନତାର ବାର୍ତ୍ତା ନେଇ ପ୍ରତି ପଞ୍ଚାୟତ ଭ୍ରମଣ କରି ଶିଶୁ ଶ୍ରମିକ ଉଚ୍ଛେଦ ପାଇଁ ଲୋକଙ୍କୁ ସଚେତନ କରିବ । ଏଥିରେ ଜିଲ୍ଲାର ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନର କାର୍ଯ୍ୟକର୍ତ୍ତାଙ୍କ ସହିତ ଶିଶୁ ମଙ୍ଗଳ ଓ ଜିଲ୍ଲା ଶ୍ରମ ବିଭାଗର କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ । ସମସ୍ତ ବ୍ଲକ ସ୍ତରରେ ଶିଶୁ ସୁରକ୍ଷା ବିଭାଗ ଓ ଶ୍ରମ ବିଭାଗର ମିଳିତ ଉଦ୍ୟମରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ ଏବଂ ଆଗାମୀ ଏକ ମାସ ମଧ୍ୟରେ ଜିଲ୍ଲାକୁ ଶିଶୁ ଶ୍ରମିକ ବିହିନ ଜିଲ୍ଲା ସହ ବାଲ୍ୟ ବିବାହ ମୁକ୍ତ କରିବା ଲକ୍ଷରେ କାର୍ଯ୍ୟ କରାଯାଉଛି ବୋଲି କହିଛନ୍ତି ଜିଲ୍ଲାପାଳ ଶ୍ରୀ ପଣ୍ଡା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ