ଜିଲ୍ଲା ବୋଇତ ବନ୍ଦାଣ ସମିତି ପକ୍ଷରୁ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କକୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ରାଜ୍ୟ ସ୍ତରରେ ଦ୍ୱିତୀୟ ସର୍ବଶ୍ରେଷ୍ଠ ବ୍ୟାଙ୍କ ଭାବେ ରାଜ୍ୟ ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଥିବାରୁ ଜିଲ୍ଲା ବୋଇତ ବନ୍ଦାଣ ସମିତି ପକ୍ଷରୁ ବୁଧବାର ବ୍ୟାଙ୍କ ସମ୍ମିଳନୀ କକ୍ଷରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶିଲ କୁମାର ସାମଲଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ସମିତିର ମୁଖ୍ୟ ଉପଦେଷ୍ଟା ପ୍ରଦିପ କୁମାର ମହାନ୍ତି ଟ୍ରଫି, ଉତ୍ତରୀୟ ଓ ପୁଷ୍ପଗୁଛ ପ୍ରଦାନ ପୂର୍ବକ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସାମଲଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଉତ୍ସବରେ ସମିତିର ସଦସ୍ୟ ଚିତ୍ତରଞ୍ଜନ ଦାସ, ଲକ୍ଷ୍ମୀକାନ୍ତ ନାୟକ, କୁଳମଣୀ ସ୍ୱାଇଁ, ଗୋପାଳକୃଷ୍ଣ ଜେନାଙ୍କ ସମେତ ବ୍ୟାଙ୍କ ମୁଖ୍ୟ ଶାଖାର ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ