ଜିଲ୍ଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବାଇକ ରାଲି ସମାବେଶ
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ଭାଜପା କାର୍ଯ୍ୟାଳୟ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଠ ବର୍ଷ ଶାସନ ପୂର୍ତ୍ତି ଅବସରରେ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବାଇକ ରାଲି ସମାବେଶ ଅନୁଷ୍ଠିତ ହୋଇଯାଇଛି । ଭାଜପା ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ ସଭାପତି ତେଜସ୍ୱି ସୁରିୟାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସଭାପତି ଏରେସିସ ଆଚାର୍ଯ୍ୟଙ୍କ ଆହ୍ୱାନ କ୍ରମେ ଗଜପତି ଜିଲ୍ଲା ଭାଜପା ଯୁବ ସଭାପତି ସନ୍ତୋଷ ଜେନାଙ୍କ ନେତୃତ୍ୱରେ ଏକ ବାଇକ ରାଲି ହୋଇଥିଲା । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୮ବର୍ଷର ସେବା, ସୁଶାସନ, ଗରିବ କଲ୍ୟାଣ ପର୍ବ, ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ଯୁବ ମୋର୍ଚ୍ଚା ପକ୍ଷରୁ ବିକାଶ ତୀର୍ଥ ବାଇକ ରାଲି ସମାବେଶ କରାଯାଇ ସହର ପରିକ୍ରମା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଭାଜପା ସଭାପତି ତଥା ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ, ସିଏଚ୍.ସୀମାଦ୍ରୀ, ଜଗନ୍ନାଥ ମହାପାତ୍ର, ବାବୁନା ବେହେରା ଙ୍କ ସମେତ ବହୁ ଭାଜପା କର୍ମୀମାନେ ଯୋଗଦେଇଥିବାର ଦେଖିବାକୁ ମିଳିଥିଲା ।


