ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ପାରଳାଖେମୁଣ୍ଡି ଠାରେ ଥିବା ତ୍ତ୍ିକା ସଂରକ୍ଷଣ କାର୍ଯ୍ୟାଳୟ ସଭା ଗୃହରେ ଶିଶୁ ସୁରକ୍ଷାକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ପକ୍ଷରୁ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗଦେଇ ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ଶ୍ରମ ଅଧିକାରୀ ଲୋକନାଥ ପଣ୍ଡା, ସିଡିଏମ୍ଓ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରୋଦଷ କୁମାର ନାୟକ, ଡିଏସ୍ପି, କୌଳାସ ଚନ୍ଦ୍ର ଭୁକ୍ତା, ଚାଇଲ୍ଡ ଲାଇନ୍ ନିର୍ଦ୍ଦେଶକ ସୁଧୀର ସାବତ, ଚାଇଲ୍ଡଲାଇନର ସଦସ୍ୟ ହିରଣ୍ୟ ରାୟ, ପ୍ରମୁଖ ମଞ୍ଚାସୀନ ହୋଇ ନିଜ ନିଜର ମତ ଉପସ୍ଥାପନ କରିଥିଲେ । ବାଲ୍ୟ ବିବାହ ରୋକିବା, ଶିଶୁ ଶ୍ରମିକ ଭଳି ବିଷୟ ଗୁଡିକୁ ନେଇ ଆଲୋଚନା କରିଥିଲେ ।


