ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ୧୫୦ତମ ଗାନ୍ଧି ଜୟନ୍ତୀ ପାଳନ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍):: ଗଞ୍ଜାମ ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ୧୫୦ ତମ ଜୟନ୍ତୀ ସମାରୋହ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଲକ୍ଷ୍ମୀକାନ୍ତ ସେଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗ ଦେଇ ବାପୁଙ୍କ ବାଣୀ ଗୁଣଗାନ କରିଥିଲେ । ମୁଖ୍ୟବକ୍ତା ଭାବେ ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ମେଜର ରମାରମଣ ପାଢ଼ୀ, ସମ୍ମାନିତ ଅତିଥି ଭାବେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ.ଧନଞ୍ଜୟ ରେଡ୍ଡି, ଅବସରପ୍ରାପ୍ତ ସଂସ୍କୃତି ବିଭାଗର ସହନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ, ଓଡ଼ିଶାର ଯୁବ ରେଡ଼କ୍ରସ ଅଧିକାରୀ ଡ.ଅଜୟ କୁମାର ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଂଚି ନାରାୟଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ଗାନ୍ଧିଜୀଙ୍କ ବିଭିନ୍ନ ଦିଗ ଉପରେ କହିଥିଲେ । ପ୍ରାରମ୍ଭରେ ଜିଲ୍ଲା ଗ୍ରାନ୍ଥାଗାରିକ ଅମୀୟ କୁମାର ଧଳ ସ୍ୱାଗତ ଭାଷଣ ଦେବା ସହ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । କବି ତଥା ପ୍ରଧାନଶିକ୍ଷକ ଅଜିତ କୁମାର ସେଠୀଙ୍କ ସମେତ ତାଙ୍କ ପ୍ରତିନିଧି ଦଳ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ଶେଷରେ କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ବଂଟନ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ