ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଯାଜପୁର, (ଯୁଗାବ୍ଦ ନ୍ୟୁଜ) :-ସୋମବାର ପୂର୍ବାହ୍ନରେ ଜିଲ୍ଲା ଗ୍ରାମ୍ୟ ଊନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟାରେ କରିବାକୁ ପରାମର୍ଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏହି ଶୁଣାଣିରେ ମୋଟ ୧୪୧ ଗୋଟି ଅଭିଯୋଗ ମଧ୍ୟରୁ ୭ ଗୋଟି ସାମୁହିକ, ୩୪ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଂଠିରୁ ସହାୟତା ପାଇଁ ୦୮ ଗୋଟି ଆବେଦନ ପତ୍ର ମିଳିଥିଲା । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ତତ୍‌କ୍ଷଣାତ୍ ୮୦ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅନ୍ୟ ୧୨ ଗୋଟି ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କୁ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ତତ୍ ସହିତ ଆସନ୍ତା ୯ ତାରିଖ ସୋମବାର ଦଶରଥପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୧୭ ତାରିଖ ମଙ୍ଗଳବାର ବଡଚଣା ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୩ ତାରିଖ ସୋମବାର ବରୀ ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଏବଂ ୩୧ ତାରିଖ ମଙ୍ଗଳବାର ବ୍ୟାସନଗର ମୁନିସିପାଲିଟି କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳେତ୍ତମା ପୃଷ୍ଟି ସୂଚନା ଦେଇଚ୍ଥନ୍ତି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର., ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, ଯାଜପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ଯାଜପୁର ବି.ଡି.ଓ. ସୈାରଭ ଚକ୍ରବର୍ତ୍ତୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଲିକ, ଊପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ