ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡିଆରେ କେନ୍ଦ୍ରାପଡା ଜିଲ୍ଲା କୃଷି ବିଭାଗ ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମେଳାକୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳି ସେଠୀ, ଭୁବନେଶ୍ୱର ସି.ଏ.ଇ.ଟି.ର ପ୍ରାକ୍ତନ ଡିନ ପ୍ରଫେସର ଡଃ. ସତ୍ୟାନନ୍ଦ ସ୍ୱାଇଁ, କୃଷି ବିଭାଗର ମୁଖ୍ୟଯନ୍ତ୍ରୀ ଇଂ ମୁକ୍ତିକାନ୍ତ ମହାପାତ୍ର ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସମରେନ୍ଦ୍ର ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ କେନ୍ଦ୍ରାପଡା ଏଡିଓ ତୁସାରକାନ୍ତି ସାମଲ ଧନ୍ୟବାଦ ଅର୍ପଣ କରିଥିଲେ । ଅତିଥିମାନେ ସେହି ପଡିଆରେ ଖୋଲିଥିବା ଷ୍ଟଲ ଗୁଡିକ ବୁଲି ଦେଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟା ମଧୁଛନ୍ଦା ମହାନ୍ତି, ଲିଲିତା ଦାସ,ନିର୍ମଳା ମହାନ୍ତି, ଆତ୍ମା ଅଧ୍ୟକ୍ଷ ଅଶୋକ କୁମାର ବରାଳ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦୁର୍ଗାଶିଷ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।