ଜିଲ୍ଲା ସ୍ତରୀୟ ଶିକ୍ଷା ବିଭାଗର ସମୀକ୍ଷା ବୈଠକ
କେନ୍ଦ୍ରାପଡା ,(ଯୁଗାବ୍ଦ ନ୍ୟୁଜ୍) : ଜିଲ୍ଲା ସ୍ତରୀୟ ଶିକ୍ଷା ବିଭାଗର ସମୀକ୍ଷା ବୈଠକ ମଙ୍ଗଳବାର ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ, ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ବୃଦ୍ଧି, ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଦୈନିକ ଉପସ୍ଥାନ ଯାଂଚ ହେବା, ଶିକ୍ଷା ପ୍ରଦାନ ପ୍ରଣାଳିରେ ଉନ୍ନତି ଏବଂ ବିଦ୍ୟାଳୟର ପାରିପାଶ୍ୱର୍ିକ ବ୍ୟବସ୍ଥାର ଉନ୍ନତି ପ୍ରଭୃତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ଜିଲ୍ଲାପାଳ ଶ୍ରୀ ବର୍ମା ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ବୃଦ୍ଧି ଓ ସେମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ – ୧ ଗ୍ରେଡ ପାଇଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ମାନୀତ କରାଯିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରିଣୀ କଳ୍ପନା ବେହେରା,ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ,ସହକାରୀ ବ୍ଲକ ଶିକ୍ଷା ଅଧିକାରୀ,ଜିଲ୍ଲା ସର୍ବ ଶିକ୍ଷା ଅଭୀଜାନର ଷ୍ଟାଫମାନେ ଉପସ୍ଥିତ ଥିଲେ ।