ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୨ ଅନୁଷ୍ଠିତ ହୋଇଯାଇଛି । ଶିଶୁ ହସିଲେ ଦେଶ ହସିବ ଓ ଶିଶୁମାନଙ୍କ ଲୁକାୟିତ ପ୍ରତିଭାକୁ ଅନ୍ୱେଷଣ କରିବା ଲକ୍ଷ୍ୟ ନେଇ ଜିଲ୍ଲା ପ୍ରଶାସନ ଓ ସମଗ୍ର ଶିକ୍ଷା ଅଭିଯାନର ମିଳିତ ଆନୁକୂଲ୍ୟରେ ଏହି ଶିଶୁ ମହୋତ୍ସବ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ରାପଡା ଜିଲ୍ଲାର ୯ଟି ବ୍ଲକ ଓ ୨ଟି ପୈାରାଞ୍ଚଳରୁ ୨୧୬ଜଣ ପ୍ରତିଯୋଗୀ ୧୦ଟି ବିଭାଗରେ ଅଂଶଗ୍ରହଣ କରିଥିଲେ । ପ୍ରତି ବ୍ଲକରୁ ୭ଜଣ ଲେଖାଏଁ ଗାଇଡ ଶିକ୍ଷକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କୁନି କୁନି ଛାତ୍ରଛାତ୍ରୀମାନଙ୍କ ପ୍ରେରଣାର ଉତ୍ସ ହୋଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନଗରପାଳ ସରିତା ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ମହୋତ୍ସବକୁ ଉଦଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ଜିଲ୍ଲା ମଙ୍ଗଳ ଅଧିକାରିଣୀ ମମତାରାଣୀ ପରିଡା, ସମ୍ମାନୀତ ଅତିଥି ଭାବେ ଡେରାବିଶ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ମଲିକ, କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ ପାବନି କୁମାର ରାଉତ, ଡେରାବିଶ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ ବେହେରା ପ୍ରମୁଖ ଯୋଗଦେଇଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ସୁରମା ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ସମଗ୍ର ଶିକ୍ଷା ଅଭିଯାନର ସଂଯୋଜିକା କିରଣତୃଷ୍ଣା ସାହୁ ମଞ୍ଚାସୀନ ଥିଲେ । ରତ୍ନାକର ନୋଡାଲ ହାଇସ୍କୁଲ ସି.ଆର.ସି.ସି. ଅନନ୍ତ କୁମାର ପରିଡା ଅତିଥି ପରିଚୟ ପ୍ରଦାନ କରିଥିଲେ । ଅପରାହ୍ନରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୋନାଲି ବେହେରା,କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ରାଉତ, ଡେରାବିଶ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ବେହେରା, ପଟ୍ଟାମୁଣ୍ଡାଇ ମଣ୍ଡଳ ଶିକ୍ଷା ଅଧିକାରୀ ହରିହର ଦଳାଇ, ମାର୍ଶାଘାଇ ମଣ୍ଡଳ ଶିକ୍ଷା ଅଧିକାରୀ ତନ୍ମୟ ବେହେରା ପ୍ରମୁଖ ଯୋଗଦେଇ ଶିଶୁମାନଙ୍କ ଲୁକାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଏହାହିଁ ଏକ ପ୍ରକୃଷ୍ଟ କ୍ଷେତ୍ର ବୋଲି ମତବ୍ୟକ୍ତ କରିଥିଲେ । କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଅନନ୍ତ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ । ସମଗ୍ର ଶିକ୍ଷା ଅଭିଯାନର ସଂଯୋଜିକା ଶ୍ରୀମତୀ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ବୁଦ୍ଧିଜିବି, ଜନସାଧାରଣ, ଜନ ପ୍ରତିନିଧିମାନେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ