ଜିଲ୍ଲା ସ୍ତରୀୟ ଶିଶୁ ମୋହତ୍ସବ ସୁରଭି ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଶିଶୁ ମୋହତ୍ସବ ସୁରଭି – ୨୦୨୨ ମହା ଆଡମ୍ଭର ସହକାରେ ପାଳିତ ହୋଇଯାଇଛି l ଜିଲ୍ଲା ଶିକ୍ଷାଧିକାରୀ ବିନିତା ସେନାପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ l ମୁଖ୍ୟ ବକ୍ତା ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ପରୀକ୍ଷିତ ଦାସ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାଜେଶ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ l ସମସ୍ତ କାର୍ଯ୍ୟକ୍ରମ କୁ ସମଗ୍ର ଶିକ୍ଷା ଅଭିଯାନ ଏସସି /ଏସଟି ସେଲର ଜିଲ୍ଲା ସଂଯୋଜକ ଡ.ସରୋଜ ମୋହନ ପାଳ ସଂଯୋଜନା କରିଥିବା ବେଳେ ବ୍ରହ୍ମପୁର ମେଡିକାଲ କ୍ୟାମ୍ପସ ର ପ୍ରଧାନ ଶିକ୍ଷୟିତ୍ରୀ ଡ.ପ୍ରଭାତୀ ମହାପାତ୍ର ପରିଚାଳନା କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ସମଗ୍ର ଶିକ୍ଷା ଅଭିଯାନର ଅର୍ଥ ପରାମର୍ଶଦାତା ମଧୁସୂଦନ ପରିଡା,ବରିଷ୍ଠ ବୈଷୟିକ ପରାମର୍ଶଦାତା ଇଂ ମନୋଜ କୁମାର ବେହେରାଙ୍କ ସମେତ ଅନ୍ୟାନ କର୍ମଚାରୀ ସହଯୋଗ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ