ଜୁନାଗଡ଼ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି ଜୁନାଗଡ଼ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର, ଉପ ଜିଲ୍ଲାପାଳ , ଧର୍ମଗଡ ଶ୍ରୀ ବେଦ ଭୂଷଣ,ଜୁନାଗଡ଼ ବି ଡି ଓ,ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୭୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ