ଜୋନାଲ୍ ସ୍ତରୀୟ ଫୁଟବଲ ପ୍ରତି ଯୋଗିତା ଅନୁଷ୍ଠିତ
ଛତ୍ରପୁର, (ଦେବଦତ୍ତ ମହାରଣା):ସ୍କୁଲ ପିଲାଙ୍କୁ ଫୁଟବଲ ପ୍ରତି ଆଗ୍ରହୀ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଫିଫା ୧୭ ବର୍ଷରୁ କମ୍ ମହିଳା ଫୁଟବଲ ବିଶ୍ୱକପ୍ ଉଦଘାଟିତ ହୋଇଯାଇଛି । ଏହି ଉଦ୍ଦେଶ୍ୟରେ ବିଭୀନ୍ନ ସ୍କୁଲ ସ୍ତରରେ ୧୭ ବର୍ଷରୁ କମ୍ ବାଳକ /ବାଳିକା ମାନଙ୍କୁ ନେଇ ଫୁଟବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ଏହି ପରିପ୍ରେକ୍ଷୀରେ ଗୁରୁବାର ସ୍ଥାନୀୟ ଅନସ୍ଲୋ ମିନି ଷ୍ଟାଡିୟମ ପରିସରରେ ଛତ୍ରପୁର, ଗଞ୍ଜାମ ଓ ରଙ୍ଗେଇଲୁଣ୍ଡା ବ୍ଲକର ୧୭ ବର୍ଷରୁ କମ୍ ବାଳକ /ବାଳିକା ମାନଙ୍କୁ ନେଇ ଜୋନାଲ୍ ସ୍ତରୀୟ ଏକ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିଙ୍କୁ ମୁଖ୍ୟ ଅତିଥି ଭାବେ ଛତ୍ରପୁର ତହସିଲଦାର ପ୍ରକାଶ କୁମାର ମିଶ୍ର ଯୋଗ ଦେଇ ନିଜେ ଫୁଟବଲ୍ ଖେଳି ଉଦଘାଟନ କରିବା ସହ ଛାତ୍ରଛାତ୍ରୀ ମାନେ ପାଠ ପଢା ସହ କ୍ରୀଡା ପ୍ରତି ଆଗ୍ରହ ପ୍ରକାଶ କରିବା ନିହାତି ଆବଶ୍ୟକ ବୋଲି ସେ କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଛତ୍ରପୁର ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନୃସିଂହ ଚରଣ ମିଶ୍ର, ଛତ୍ରପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷୟତ୍ରୀ ସୁଜାତା ପାତ୍ର, କ୍ରୀଡା ଶିକ୍ଷକ ନୀଳାଂଚଳ ପାତ୍ର ଓ ପ୍ରକାଶ କୁମାର ପାଣିଗ୍ରାହୀଙ୍କ ସମେତ ୩୦ ଜଣ କ୍ରୀଡା ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ଏହି ପ୍ରତିଯୋଗିତାକୁ ପରିଚାଳନାରେ ସହ ଯୋଗ କରିଥିଲେ । ଏହି ପ୍ରତିଯୋଗିତାରେ ୩ ଟି ବ୍ଲକର ୬ ଟି ଟିମ୍ ଅଂଶ ଗ୍ରହଣ କରିଥିବା ବେଳେ ଏଥିରୁ ଭଲ ପ୍ରଦର୍ଶନ କରିଥିବା ଦୁଇଟି ଟିମ୍ ଆସନ୍ତା ୧୬ ଓ ୧୭ ତାରିଖରେ ଛତ୍ରପୁର ରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଫୁଟବଲ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ଛତ୍ରପୁର ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି ।


