ଜ୍ଞାନଶ୍ରୀ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର):ଦିଗପହଣ୍ଡି ସ୍ଥିତ ଜ୍ଞାନଶ୍ରୀ ପବ୍ଲିକ ସ୍କୁଲ ର ୬ଷ୍ଠ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି।ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ବିଚିତ୍ର ଷଡଙ୍ଗୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା,ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ କୋରେଷ ସେଠୀ,ଗୌତମୀ ପଞ୍ଚାୟତ ପୂର୍ବତନ ସରପଞ୍ଚ ସୁଶାନ୍ତ କୁମାର ସ୍ବାଇଁ, ଏନଏସି କାଉନସିଲର ଦୀପକ କୁମାର ମିଶ୍ର, ସ୍କୁଲ କମିଟି ଉପଦେଷ୍ଟା ବାବୁଲା ପାଣିଗ୍ରାହୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ।ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।