ଜୟପାଟଣା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତା ରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି ଜୟପାଟଣା ସ୍ତିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ,ଏସ ଡି ପି ଓ ଧର୍ମଗଡ ଶ୍ରୀ ଧୀରଜ କୁମାର ଚୋପଦାର, ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଥବିର ବାଗ, ଉପାଧ୍ୟକ୍ଷ ଜାନକୀ ବଣୁଆ , ବି ଡି ଓ ସ୍ନିଗ୍ଧାରାଣୀ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୨୮୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ