ଜୟପାଟଣା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି ଜୟପାଟଣା ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୯ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜୟପାଟଣା ବ୍ଲକର ଲକ୍ଷ୍ମୀପ୍ରିୟା ପଟ୍ଟନାୟକ ଓ କେତକୀ ସାହୁ , ବଡପୂଜାରିଗୁଡ଼ା ନିବାସୀ ଦେବକୀ ନାଏକ ଙ୍କୁ ପ୍ରତ୍ୟେକ ୫୦୦୦ ଟଙ୍କା ଏବଂ ମଙ୍ଗଳପୁର ର କେଶବ ରାଉତ ଙ୍କୁ ୨୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ