ଜୟପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ

ତିହିଡ଼ି, (ଯୁଗାବ୍ଦ ନ୍ୟୁଜ) : ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ କୁବେରା ପଂଚାୟତ ଅଧୀନ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଗଣେଶ ପ୍ରସାଦ ରାଉତଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଗୁରୁମା’ ପୂର୍ଣ୍ଣିମା ଖଟୁଆ, ରଶ୍ମିତା ନାୟକ, ପ୍ରତିଭାରାଣୀ ସାହୁ ପ୍ରମୁଖ ଯୋଗଦେଇ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ତାତ୍ପର୍ଯ୍ୟ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଶିଶୁ ବିଦ୍ୟାମନ୍ଦିରର ସମସ୍ତ ଗୁରୁଜୀ ଓ ଗୁରୁମାମାନେ ସଭା ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ