ଜୟପ୍ରକାଶ ନାରାୟଣଙ୍କ ୧୧୭ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ଲୋକନାୟକ ଜୟ ପ୍ରକାଶ ନାରାୟଣଙ୍କ ୧୧୭ତମ ଜନ୍ମ ଜୟନ୍ତୀରେ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ‘ପାର୍ଟି’ର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ମାଷ୍ଟର କ୍ୟାଣ୍ଟିନସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ଆଜି ସକାଳୁ ମାଲ୍ୟାର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପାର୍ଟିର ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ, ବରିଷ୍ଠ ନେତା ବିଜୟ ବେହେରା, ସଞ୍ଜୟ ନାୟକ, ଯୁବନେତା ସୁବ୍ରତ ଲେଙ୍କା ଓ ନାରୀନେତ୍ରୀ ରୀତା ପଟ୍ଟନାୟକ ପ୍ରମୁଖ ଶ୍ରଦ୍ଧା ସୁମନ ଅର୍ପଣ କରି ଲୋକନାୟକଙ୍କ ସ୍ମୃତିଚାରଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ