ଝଣଝଣା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଆତ୍ମହତ୍ୟା
ହାଟଡିହି, (ବିକାଶ ବିଶ୍ୱାଳ) :-ହାଟଡିହି ବ୍ଲକ ସୋସୋ ଥାନା ଅଧିନସ୍ଥ ଢ଼େଙ୍କା ପଞ୍ଚାୟତ ଝଣଝଣା ଗ୍ରାମର ଜଣେ ବ୍ୟକ୍ତି ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ଖବରରୁ ଜଣା ଯାଇଛି ଯେ ଗ୍ରାମର ପାଣ୍ଡୁ ମାଝୀଙ୍କ ପୁଅ ବୁଧୁ ମାଝୀ (୪୮) କୌଣସି କାରଣକୁ ନେଇ ବିଷ ପିଇଦେଇଥିଲେ । ପରିବାର ଲୋକେ ତାଙ୍କୁ ତୁରନ୍ତ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେବି ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ପାରିବାରିକ କଳହକୁ ନେଇ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି । ସୋସୋ ପୁଲିସ ଡାକ୍ତରଖାନାରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଚଳାଇଛି ।