ଝାରସୁଗୁଡ଼ା ଜିଲ୍ଲା ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଝାରସୁଗୁଡା , (ଯୁଗାବ୍ଦ ନ୍ୟୁଜ) : ନାଗରିକ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ପାଳନରେ ନିଷ୍ଠା ଓ ଏକାଗ୍ରତା ପ୍ରଦର୍ଶନ ପୂର୍ବକ ଦେଶ ଗଠନରେ ବ୍ରତୀ ହେବା ଆବଶ୍ୟକ ବୋଲି ଜିଲ୍ଲାପାଳ ସରୋଜ କୁମାର ସାମଲ କହିଛନ୍ତି । ସମ୍ବିଧାନ ଦିବସ ପାଳନ ଅବସରରେ ଜିଲ୍ଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ପାଠ ଉତ୍ସବରେ ଜିଲ୍ଲାପାଳ ସରୋଜ କୁମାର ସାମଲ ଅଧ୍ୟକ୍ଷତା କରିବା ସହିତ ସମସ୍ତେ ଦେଶର ପ୍ରଭୁତା, ଏକତା ଓ ଅଖଣ୍ଡତା ରଖିବା ଦିଗରେ କାର୍ଯ୍ୟ କରିବା ପାଇଁ ଆନ୍ତରିକତା ପ୍ରଦର୍ଶନ କରିବାକୁ ଜିଲ୍ଲା କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଜିଲ୍ଲାପାଳ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ସମ୍ବିଧାନ ଦିବସ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ କହିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଜୟ ଜେନା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ