ଟାଟା ମ୍ୟାଜିକ୍ ସହ କାର୍ ମୁହାଁମୁହିଁ ଧକ୍କା ; ୬ ଗୁରୁତର ଆହତ
ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ଗଂଜାମ ଜିଲ୍ଲା ଭଞ୍ଜନଗର ଥାନା ଭେଜିପୁଟ କୁକୁଡ଼ା ଫାର୍ମ ନିକଟରେ ଆଜି ମଧ୍ୟାହ୍ନ ସମୟରେ ଏକ କାର୍ ସହ ଟାଟା ମ୍ୟାଜିକ୍ର ମୁହାମୁହିଁ ଧକ୍କା ହେବା ଫଳରେ ୪ ଜଣ ମହିଳାଙ୍କ ସମେତ ମୋଟ ୬ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତ ମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ଭଞ୍ଜନଗର ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ସେଠାରୁ ଉଦ୍ଧାର କରିବା ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।


